ଭୁବନେଶ୍ୱର, ଅକ୍ଟୋବର ୨୦ : ଗତ କିଛି ମାସ ମଧ୍ୟରେ ଆଜି ଏକ ଆଶ୍ୱସ୍ତିକର ଖବର ମିଳିଛି । କାରଣ ଆଜି ମାତ୍ର ୨ ଜଣ କରୋନାରେ ମୃତ୍ୟୁବରଣ କରିଥିବା ସୁଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଜଗତସିଂହପୁର ଏବଂ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୬୫୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୩୩୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୨୪୬୦୦୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
More Stories
ପୋଲିସ ଓ ଅବକାରୀ ବିଭାଗ ମିଳିତରେ ୨୪ ଶହରୁ ଉର୍ଦ୍ଧ୍ବ ଗଞ୍ଜେଇ ଗଛ ପୋଡ଼ି ନଷ୍ଟ*
ଭତ୍ତା ଟଙ୍କା ଆଣିବାକୁ ଯାଇ ମୃତ୍ୟୁ ବରଣ କଲେ ବୃଦ୍ଧା*