ଭୁବନେଶ୍ୱର, ଅଗଷ୍ଟ ୨୯ : ରାଜ୍ୟରେ ହେଉଥିବା ଆରଆଇ ପରୀକ୍ଷାରେ ବ୍ୟାପକ ଅନିୟମିତତା ଦେଖିବାକୁ ମିଳିଛି । ଓଏସଏସଏସସି ପକ୍ଷରୁ ଏହି ପରୀକ୍ଷା ଆୟୋଜିତ ହେଉଛି । ମାତ୍ର ଏଥିରେ ଶତାଧିକ ପରୀକ୍ଷାର୍ଥୀ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ସୂଚନା ଅନୁସାରେ ଆଡମିଟ କାର୍ଡରେ ଯେଉଁ ପରୀକ୍ଷା ସେଣ୍ଟର ଲେଖାଯାଇଛି ସେଠାରେ ପରୀକ୍ଷା ହୋଇନଥିବା କାରଣରୁ ଏଭଳି ବିଭ୍ରାଟ ହୋଇଛି । ପରୀକ୍ଷାର୍ଥୀଙ୍କ ଆଡମିଟ କାର୍ଡରେ ଟିଟିଲାଗଡ ସରକାରୀ ମହିଳା ମହାବିଦ୍ୟାଳୟ ଲେଖାଯାଇଥିବା ବେଳେ ସେଠାରେ କିନ୍ତୁ ପରୀକ୍ଷା ପାଇଁ କୌଣସି ବ୍ୟବସ୍ଥା ହୋଇନାହିଁ । ତେବେ ଟିଟଲାଗଡର ସରକାରୀ ମହିଳା ମହାବିଦ୍ୟାଳୟରେ ସେଣ୍ଟର ହୋଇନଥିବା ନେଇ କଲେଜ ଅଧ୍ୟକ୍ଷ ପ୍ରକାଶ କରିଛନ୍ତି । ଯାହା ଫଳରେ ପରୀକ୍ଷା ପାଇଁ ଆସିିଥିବା ପରୀକ୍ଷାର୍ଥୀମାନେ ନିରାଶ ହୋଇଥିବା ଦେଖିବାକୁ ମିଳିଛି । ସେପଟେ ଘଟଣାସ୍ଥଳରେ ଟିଟଲାଗଡ ଉପଜିଲ୍ଲାପାଳ ଓ ପୋଲିସ ପହଞ୍ଚି ପରୀକ୍ଷାର୍ଥୀଙ୍କୁ ବୁଝାସୁଝା କରୁଛନ୍ତି ।
More Stories
କୋରାପୁଟ ୨୦୨୪ ପୋରବ ଉଦ୍ଘାଟିତ, ପ୍ରତି ବ୍ଲକରେ ଆଣିଲେ ମସାଲ୍
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ