ଭୁବନେଶ୍ୱର, ସେପ୍ଟେମ୍ବର ୧୦ : ଆସନ୍ତା ୧୮ ତାରିଖ ବେଳକୁ ରାଜ୍ୟରେ ଆଉ ଏକ ଲଘୁଚାପ ହେବାର ସମ୍ଭାବନା ରହିଛି । ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ୨୪ ଘଣ୍ଟାରେ ଲଘୁଚାପରେ ପରିଣତ ହେବ । ଫଳରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ବୋଲି ପାଣିପାଗ ବିଜ୍ଞାନୀ ପ୍ରଫେସର ଡ.ସୁରେନ୍ଦ୍ରନାଥ ପଶୁପାଳକ ଆକଳନ କରିଛନ୍ତି ।
୧୦ ତାରିଖରେ ଏକ ଲଘୁଚାପ ବଳୟ ହେବ । ଏହାର ପ୍ରଭାବରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ୧୧ରୁ ୧୩ ପର୍ଯ୍ୟନ୍ତ ଭିତରେ ପ୍ରବଳ ବର୍ଷା ହୋଇପାରେ । ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ, ଆସନ୍ତା ୧୧ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ । ୧୧ ତାରିଖରେ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, ବରଗଡ, ଝାରସୁଗୁଡା, ସୁନ୍ଦରଗଡ. କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ।
ସେହିପରି ୧୨ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଗଜପତି, ନୟାଗଡ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଆଜି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୩ ତାରିଖ ବେଳକୁ ଆଭ୍ୟନ୍ତରୀଣ ଓଡିଶା ଓ ଆଉ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ ହୋଇଛି ।
More Stories
ପୋଲିସ ଓ ଅବକାରୀ ବିଭାଗ ମିଳିତରେ ୨୪ ଶହରୁ ଉର୍ଦ୍ଧ୍ବ ଗଞ୍ଜେଇ ଗଛ ପୋଡ଼ି ନଷ୍ଟ*
ଭତ୍ତା ଟଙ୍କା ଆଣିବାକୁ ଯାଇ ମୃତ୍ୟୁ ବରଣ କଲେ ବୃଦ୍ଧା*