ସାନଖେମୁଣ୍ଡି ୨୩।୦୩ : ହିଞ୍ଜିଳିରେ ଗୋଷ୍ଠୀ ସଂଘର୍ଷ ଲାଗି ୪ଜଣଙ୍କୁ ହତ୍ୟା ଘଟଣା । ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତା ଅବରୋଧ । ଆସିକା-ହିଞ୍ଜିଳକାଟୁ ମୁଖ୍ୟ ରାସ୍ତା ଅବରୋଧ କଲେ ଉତ୍ୟକ୍ତଲୋକେ । ଏବେ ସୁଦ୍ଧା ଘଟଣାରେ ୨ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଖବର ଅନୁଯାୟୀ, ଗଞ୍ଜାମ ଜିଲ୍ଲା ହିଂଜିଳି ଥାନା ପିତ୍ତଳ ଛକରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗୋଟିଏ ପରିବାରର ତିନି ଭାଇ ସହ ତାଙ୍କର ଜଣେ ସମ୍ପର୍କୀୟ ପୁତୁରାଙ୍କୁ ଲୁହା ରଡ଼ ଓ କାଠ ଫାଳିଆରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। କମେଣ୍ଟମରାକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ ହୋଇଥିଲା । ଗୋଷ୍ଠୀ ସଂଘର୍ଷ ଯୋଗୁଁ ଏହି ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି। ଚାରି ଜଣ ଯାକ ନିଜର ପିତ୍ତଳ ଛକରେ ଥିବା ଫାଷ୍ଟ ଫୁଡ଼ ଦୋକାନରେ ଥିବା ବେଳେ କିଛି ଅଜଣା ଦୁର୍ବୃତ୍ତ ଅତର୍କିତ ଆକ୍ରମଣ କରିଥିଲେ। ସେଠାରେ ହିଁ ସେମାନଙ୍କୁ ହତ୍ୟା କରାଯାଇଥିଲା। ଆଉ ଏବେ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ରାସ୍ତାରୋକ କରିଛନ୍ତି ଉତ୍ୟକ୍ତଲୋକେ ।
More Stories
କୋରାପୁଟ ୨୦୨୪ ପୋରବ ଉଦ୍ଘାଟିତ, ପ୍ରତି ବ୍ଲକରେ ଆଣିଲେ ମସାଲ୍
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ