ଜୟପୁର : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ସଂଘବଦ୍ଧ ଭାବରେ ପୁଅକୁ ବୀଭତ୍ସ ଭାବରେ ହତ୍ୟା କରାଯାଇଥିବା ବେଳେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଘଟିଛି କୋରାପୁଟ ଜିଲ୍ଲା ବିସିଂହପୁର ଥାନା ଅନ୍ତର୍ଗତ ଘଟୁଆଳ ଗୁଡ଼ା ଗାଁରେ। ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଫକୀର ବିଶୋଇ। ବାପା ଦୟାନିଧି ବିଶୋଇଙ୍କୁ ବୋରିଗୁମ୍ମା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଏହି ଘଟଣାରେ ପୁଲିସ ଗାଁର ୬ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ମିଳିଥିବା ସୂଚନା ଅନୁସାରେ, ଗତକାଲି ସନ୍ଧ୍ୟାରେ ଗାଁରେ ପୂଜା ଚାଲିଥିଲା। ଏହି ସମୟରେ ଗାଁର କିଛି ଲୋକ ଫକୀର ଓ ତାଙ୍କ ବାପାଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ପୁଅ ଫକୀରଙ୍କର ମୃତ୍ୟୁ ଘଟିଥିଲା। ଦୟାନିଧିଙ୍କୁ ପ୍ରଥମେ କୁମୁଲି ଗୋଷ୍ଠୀକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବୋରିଗୁମ୍ମା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବିସିଂହପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଗତକାଲି ସନ୍ଧ୍ୟାଠାରୁ ଫକୀରଙ୍କ ମୃତଦେହ ଗାଁ ଦାଣ୍ଡରେ ପଡ଼ି ରହିଛି।
More Stories
ପୋଲିସ ଓ ଅବକାରୀ ବିଭାଗ ମିଳିତରେ ୨୪ ଶହରୁ ଉର୍ଦ୍ଧ୍ବ ଗଞ୍ଜେଇ ଗଛ ପୋଡ଼ି ନଷ୍ଟ*
ଭତ୍ତା ଟଙ୍କା ଆଣିବାକୁ ଯାଇ ମୃତ୍ୟୁ ବରଣ କଲେ ବୃଦ୍ଧା*