ନୂଆଦିଲ୍ଲୀ, ୦୭/୦୬: ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିବା ପରେ ପୁଣି ବଢିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୭୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୨୬୯୭୬ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୩୩ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୭୦୮ ସଂକ୍ରମିତ ପ୍ରାଣ ହରାଇଛନ୍ତି ।
More Stories
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ
ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦଘାଟନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିଠାରୁ ଦୁଗ୍ଧ ଦର ଲିଟର୍ପିଛା ୩ ଟଙ୍କା ବୃଦ୍ଧି କଲା ‘ଅମୂଲ’