ଭୁବନଶ୍ୱେର, ଅକ୍ଟୋବର ୮ : ବର୍ଷାରେ ଭିଜିବ ଦଶହରା । ଆସୁଛି ପୁଣି ଏକ ଲଘୁଚାପ । ଉତ୍ତର ଆଣ୍ଡାମାନ-ସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଆଜି ଗୋଟିଏ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି । ପରବର୍ତ୍ତୀ ସମୟରେ ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହେବ । ପରବର୍ତ୍ତୀ ୪ରୁ ୫ ଦିନ ଯାଏ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି । ଆର୍ଥାତ ୧୫ରୁ ୧୬ ତାରିଖ ବେଳକୁ ଓଡିଶାରେ ଲଘୁଚାପ ପ୍ରଭାବରେ ବର୍ଷା ହୋଇପାରେ । ତେବେ ଏହାର ପ୍ରଭାବ କଣ ରହିବ । ଏଯାଏ କୌଣସି ଆକଳନ କରାଯାଇନାହିଁ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ଆଜି ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ, ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।b
More Stories
ପୋଲିସ ଓ ଅବକାରୀ ବିଭାଗ ମିଳିତରେ ୨୪ ଶହରୁ ଉର୍ଦ୍ଧ୍ବ ଗଞ୍ଜେଇ ଗଛ ପୋଡ଼ି ନଷ୍ଟ*
ଭତ୍ତା ଟଙ୍କା ଆଣିବାକୁ ଯାଇ ମୃତ୍ୟୁ ବରଣ କଲେ ବୃଦ୍ଧା*