ଭୁବନେଶ୍ୱର ୧୭।୦୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ କେହି ସଂକ୍ରମିତ ରହି ନାହାନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୭୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୭୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୩୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୨୩୪୧୩ସାମ୍ପୁଲ ଟେଷ୍ଟ୍ ହୋଇଛି ।
More Stories
ବ୍ରହ୍ମପୁର ହାବିଲଦାର ଓ କନେଷ୍ଟବଳ ସଂଘର ଶପଥ ସମାରୋହ**
ବୈପାରିଗୁଡ଼ା ବାଘଝୋଲା ଗ୍ରାମର ରାସ୍ତା ତଦାରଖ କରିବାକୁ ଯାଇ ଫସିଲେ ବିଡ଼ିଓ
ଉପରମୁଣ୍ଡରେ ବଢୁଛି ଜଳସ୍ତର, ଖୋଲିଲା ହୀରାକୁଦର ଆଉ ୪ଟି ଗେଟ୍; ମୋଟ ୧୨ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସିତ