Headlines Odisha Tv

An Odia News Portal

ଦେଶରେ କମୁଛି ସଂକ୍ରମଣ

ନୂଆଦିଲ୍ଲୀ, ୦୧|୦୯: କମିଲା କରୋନା ଗ୍ରାଫ୍। ଦେଶରେ ମାମଲା ସାମୟିକ ବଢିବା ପରେ ପୁଣି କମିବା ଆରମ୍ଭ କରିଛି। ଏବେ କରୋନା ସଂକ୍ରମଣ କମିଛି । ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ଏବେ ୮ ହଜାର ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୯୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।