ଭୁବନେଶ୍ୱର ୧୪/୧୦: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ ବଳୟ । ଫଳରେ ରାଜ୍ୟରେ ବର୍ଷା ପରିମାଣ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୭ କିମ୍ୱା ୧୮ ତାରିଖରେ ଆଣ୍ଡାମାନସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଏହା ଗତି କରିବ । ତେବେ ଏହା ୨୦ ତାରିଖ ବେଳକୁ ଲଘୁଚାପର ରୂପ ନେବ । ଦକ୍ଷିଣ ପୂର୍ବ ପାଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହେବ । ପରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ବୋଲି ସୂଚନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଅବପାତର ରୂପ ନେବ । ସେପଟେ ଏହା ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।
More Stories
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ
ବହୁ ଚର୍ଚ୍ଚିତ ନଦୀରୁ ଇନ୍ଦୁପୁର ନଦୀ ପୋଲ୍ହ ରୁ ପେଲି ମାରିଦେବା ଘଟଣାରେ ୬ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ନିକିରାଇ ପୋଲିସ l