Headlines Odisha Tv

An Odia News Portal

ରାଜ୍ୟରେ ଖସୁଛି ସଂକ୍ରମଣ

ଭୁବନେଶ୍ୱର ୨୯।୦୩ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୫୪୯ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୯ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୫୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୯୭୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୫୭୭୫୬୨ସାମ୍ପୁଲ ଟେଷ୍ଟ୍ ହୋଇଛି ।