ପୁରୀ ୨୮।୦୪ : ଯୁବକଙ୍କୁ ଗଳା କାଟି ହତ୍ୟା । ଚିଲିକା କୂଳରୁ ମିଳିଲା ରକ୍ତ ଜୁଡୁବୁଡୁ ମୃତଦେହ । ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ସାହାବାଜ ପୁର ଗାଁ ଘଟଣା । ମୃତକ ହେଲେ ମଲେଶ୍ବରୀ ଗାଁର ରାମ ଦୋରା । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ । ଘଟଣାସ୍ଥଳରେ କୃଷ୍ଣପ୍ରସାଦ ପୋଲିସ ପହଞ୍ଚି ଛାନଭିନ ଆରମ୍ଭ କରିଛି । ଖବର ଅନୁଯାୟୀ, ଚିଲିକା କୂଳରେ ଜଣେ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଠାବ ହୋଇଥିଲା । ଏହାପରେ ତୁରନ୍ତ ସ୍ଥାନୀୟଲୋକେ ପୋଲିସକୁ ଖବର ଦେଇଥିଲେ । ପୋଲିସ ଖବର ପାଇ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି । ତେବେ ଏବେ ଯାଏଁ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ ସବୁ ଦିଗରୁ ଖୋଲତାଡ଼ କରୁଛି । ଆବଶ୍ୟକ ପଡିଲେ ପୋଲିସ ସାଇଣ୍ଟିଫିକ୍ ଟିମ୍ର ସହଯୋଗ ନେଇପାରେ ବୋଲି ସୂଚନା ମିଳିଛି ।
More Stories
ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ଭାନୁମତୀ ଟୁଡୁ
ଲଗାଣ ବର୍ଷାରେ ଭାଙ୍ଗିଲା ୧୫ରୁ ଅଧିକ ଘର,କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧାଖାଦ୍ୟ ବଣ୍ଟନ