Headlines Odisha Tv

An Odia News Portal

୨୪ ଘଣ୍ଟାରେ ବାହାରିଲେ ୭ ପଜିଟିଭ୍

ଭୁବନେଶ୍ୱର ୧୫।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୧୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍‌ ବୟସ ମଧ୍ୟରେ ୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୯୦୦୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୪୨୮୧୦ସାମ୍ପୁଲ ଟେଷ୍ଟ୍ ହୋଇଛି ।